fbpx

୧୬ରୁ ଓଡ଼ିଶାରେ ପୁଣି ବର୍ଷା, ଏହି ରାଜ୍ୟଗୁଡ଼ିକୁ ଦିଆଗଲା ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠାରୁ ରାଜ୍ୟର ରାତି ତାପମାତ୍ରା ବଢ଼ିଯିବ । ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ରାତ୍ରି ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହା ପରେ ୧୬ରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲ୍ଲାରେ କୁଆପଥର ସହ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.