fbpx

ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ଝିପିଝିପି ବର୍ଷା, କାଲି ଯାଏଁ କୋହଲା ପାଗ

ଭୁବନେଶ୍ୱର: ଆଜି ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ହାଲୁକା ବର୍ଷା ହେଉଛି । ଏହା ବ୍ୟତୀତ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ଏହି କୋହଲା ପାଗ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଏପରି କୋହଲା ପାଗ ଲାଗି ରହିବ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୬ ତାରିଖ ପରେ ଏପରି ପାଣିପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ତେବେ ଅସନ୍ତା କାଲି ପର୍ଯ୍ୟନ୍ତ ଏପରି କୋହଲା ପାଗ ଲାଗିରହିବ ।

ତେବେ ଉତ୍ତର ଉପକୂଳ ଓଡିଶା ସମେତ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡା, ସସମ୍ବଲପୁର, ବରଗଡ ପାର୍ଶ୍ଵବର୍ତ୍ତୀ ସୋନପୁର, ବୋଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ହାଲୁକା ବର୍ଷା

Get real time updates directly on you device, subscribe now.