fbpx
BSKY
BJD MC SKY
BJD MS SKY

ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ: ଯୋଗ ଦେବା ପାଇଁ ବିରାଟ-ଅନୁଷ୍କାଙ୍କୁ ମିଳିଲା ନିମନ୍ତ୍ରଣ

ଓଡିଶା ଭାସ୍କର: ଅଯୋଧ୍ୟାରେ ରାମ ମନ୍ଦିରର ସମର୍ପଣ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଆସନ୍ତା ଜାନୁଆରୀ ୨୨ ତାରିଖରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହା ସହ ସେ ରାମମନ୍ଦିର‌ରେ ପ୍ରଭୁ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା କରିବେ। ତେବେ ଏହି ସମାରୋହରେ ଯୋଗ ଦେବା ପାଇଁ ସମଗ୍ର ବିଶ୍ୱରୁ ସାଧୁ, ସନ୍ଥ ଏବଂ ମାନ୍ୟଗଣଙ୍କୁ ନିମନ୍ତ୍ରଣ କରାଯାଇଛି। ସେହିପରି ଏଥିରେ ଭାଗ ନେବାକୁ ବହୁ ବଡ ସେଲିବ୍ରିଟିଙ୍କୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି । ଏହି ଧାରା ଏବେବି ଜାରି ରହିଛି । କ୍ରିକେଟ୍ ଜଗତର ଭେଟେରାନ୍ ମାନଙ୍କୁ ମଧ୍ୟ ଏହି ପ୍ରାଣ ପ୍ରତିଷ୍ଠାରେ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଛି।

ଏହି କ୍ରମରେ ଆଜି ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ନିମନ୍ତ୍ରଣ ମିଳିଛି। ତାଙ୍କର ନିମନ୍ତ୍ରଣ ପ୍ରଦାନ ବେଳର ଏହି ଫଟୋ ବର୍ତମାନ ବେଶ ଭାଇରାଲ ହେବାରେ ଲାଗିଛି। ଏହି ଭାଇରାଲ ଫଟୋରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ପତ୍ର ସହିତ ନଜର ଆସିଛନ୍ତି। ତେବେ ଏହାପୂର୍ବରୁ ସୋମବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ମିଳିଥିଲା।

 

Get real time updates directly on you device, subscribe now.