୨୪ ଘଣ୍ଟା ପାଇଁ ସତର୍କ ରୁହ ଏହି ୪ ଜିଲ୍ଲା, ରେଡ୍ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର
୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର: ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି। ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ତେଣୁ ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହି ୪ ଜିଲ୍ଲା ଗୁଡ଼ିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ।
ଯଦି ଦେଖିବା ଉତ୍ତରବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହା ଆଗାମୀ ୨୪ ଘଣ୍ଟା ଆହୁରି ଘନୀଭୂତ ହେବ। ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।
ପ୍ରଭାବରେ ଉତ୍ତର-ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏପରିକି ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।