fbpx

ତୀବ୍ର ଅବପାତ ପରେ ବାତ୍ୟା ଆଶଙ୍କା: ୪ ଜିଲ୍ଲାକୁ ରେଡ୍ ତ’ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି । ଉତ୍ତରପୂର୍ବ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ଅବପାତ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୬ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ବର୍ଷାକୁ ନେଇ ପାଣିପାଗ ବିଜ୍ଞାନୀ ଶରତ ସାହୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ଅବପାତ ଯୋଗୁଁ ବର୍ଷାର ମାତ୍ରା ଅଧିକ ରହିବ । ସାଇକ୍ଲୋନ ଭଳି ଦୃଶ୍ୟମାନ ହେଉଛି । ଗଭୀର ଅବପାତ ହେଲେ ଏଭଳି ସ୍ଥିତି ଊପୁଜିପାରେ । ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଦେଇ ଛତିଶଗଡ଼ ଆଡ଼କୁ ଯିବ । ବାଲେଶ୍ୱର ଦେଇ ବାତ୍ୟା କରିପାରେ ଅତିକ୍ରମ । ଏହା ପ୍ରଭାବରେ ୨୦୦ ମିମି ବର୍ଷା ହେବାର ସମ୍ଭାବନା ରହିଛି । ତୀବ୍ର ଅବପାତ ପରେ ବାତ୍ୟା ସମ୍ଭାବନା ରହୁଛି । ବାତ୍ୟାର ପ୍ରଭାବ ୨ରୁ ୩ ଘଣ୍ଟା ଯାଏଁ ରହିବାର ସମ୍ଭାବନା ରହିଛି । ଆଜି ଓ କାଲି ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ଓ ଛତିଶଗଡ଼ରେ ଅଧିକ ବର୍ଷା ହେବ ।’

ଏହା ସହ ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । କେନ୍ଦୁଝର, ଭଦ୍ରକ, ବାଲେଶ୍ୱ ଓ ମୟୂରଭଞ୍ଜକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଉଛି । ୭ରୁ ୨୦ ସେମି ବର୍ଷା ହେବା ନେଇ ଆକଳନ କରାଯାଉଛି ।

ଏହା ସହ ରାଜ୍ୟର ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ଯାଜପୁର ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

 

Get real time updates directly on you device, subscribe now.