fbpx
BJD
BJD SKY
BJD SKY

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ! ପ୍ରବଳ ବର୍ଷା ହେବା ନେଇ ୬ଟି ଜିଲ୍ଲାକୁ ରେଡ୍‍ ୱାର୍ଣ୍ଣିଂ

BJD

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିନରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ । ଏହାର ପ୍ରଭାବରେ ଆଜି ରାଜ୍ୟରେ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ରେଡ୍‍ ଆଲର୍ଟ ଜାରି କରାଯାଇଛି ।

ସେହିପରି ୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଏବଂ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୨୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୧୪ ତାରିଖରେ ଅତିପ୍ରବଳ ବର୍ଷା ହେବାର ଆକଳନ କରି ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରିଥିବାବେଳେ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଅପରପକ୍ଷରେ, ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାର ସିମିଳିଗୁଡାଠାରେ ସର୍ବାଧିକ ୨୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.