fbpx

ଛେଚୁଚି ବର୍ଷା: ୭ ଜିଲ୍ଲାକୁ ଜାରି ହେଲା ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କାଲି ସକାଳ ଯାଏଁ ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଉକ୍ତ ରାଜ୍ୟ ଗୁଡ଼ିକ ହେଲା; ପୂରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ ନୟାଗଡ଼ । ଏହିସବୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି । ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଅଧିକାଂଶ ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି ।

ସେହିପରି ଅନ୍ୟ ୬ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୂଗୁଳ, ଯାଜପୁର, ଭଦ୍ରକ । ଖାଲି ସେତିକି ନୁହେଁ ବର୍ଷାନେଇ ୮ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.