fbpx

ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରଭାବରେ ଲୋକେ କଲବଲ ହେଉଥିବା ବେଳେ ବର୍ତ୍ତମାନ ସେମାନଙ୍କୁ ଆଶ୍ୱସ୍ତି ମିଳିବ । କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ପବନ ଓ କୁଆପଥର ସହ ବର୍ଷା ସମ୍ଭାବନା ରହିଛି । ଫଳରେ ଦିନର ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅପରପକ୍ଷରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିଲେ ମଧ୍ୟ କେତେକ ଜିଲ୍ଲାରେ ହିଟ୍ ୱେଭ୍ ସ୍ଥିତି ଜାରି ରହିବ । ଏଥିପାଇଁ ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

 

Get real time updates directly on you device, subscribe now.