fbpx

ପ୍ରକାଶ ପାଇଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ଚିଠା ବିଜ୍ଞପ୍ତି: ପଛୁଆବର୍ଗଙ୍କୁ ୪ ଜିଲ୍ଲା, ଜାଣନ୍ତୁ କେଉଁ କେଉଁ ଜିଲ୍ଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ୩୦ଟି ଜିଲ୍ଲା ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ୪ ଜିଲ୍ଲା ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଖୋର୍ଦ୍ଧା, ଗଜପତି, ଅନୁଗୁଳ ଓ କେନ୍ଦୁଝର ରହିଛନ୍ତି । ୧୨ ଜିଲ୍ଲା ପାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରହିଛି । ଦେବଗଡ଼, ନୂଆପଡ଼ା, ପୁରୀ, ବରଗଡ଼, ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ଗଞ୍ଜାମ, ଝାରସୁଗୁଡ଼ା, ଢେଙ୍କାନାଳ ଅଣସଂରକ୍ଷିତ ରହିଛି । କଟକ, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରହିଛି । ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ୧୪ଟି ଜିଲ୍ଲା ସଂରକ୍ଷିତ ରହିଥିବା ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗର ବିଜ୍ଞପ୍ତିରେ କୁହାଯାଇଛି ।

ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲାପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ପ୍ରକାଶ ପାଇଥିବା ଚିଠା ତାଲିକା ଉପରେ ଆପତ୍ତି ଅଭିଯୋଗ ମଗାଯାଇଛି । ସେସବୁର ଶୁଣାଣି କରାଯାଇ ଆସନ୍ତା ୨୬ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ୧୮ ତାରିଖ ସୁଦ୍ଧା ଆପତ୍ତି କରାଯାଇ ପାରିବ । ଏହା ଉପରେ ୨୨ରେ ଶୁଣାଣି କରାଯାଇ ୨୯ରେ ସରକାରଙ୍କ ଅନୁମୋଦନ ନିଆଯିବ ଓ ୩୦ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ସମାପ୍ତ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ପ୍ରଦାନ କରାଯିବ ବୋଲି ପଞ୍ଚାୟତି ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ।

Get real time updates directly on you device, subscribe now.