fbpx

IFS ଅଫିସର ସ୍ତରରେ ଅଦଳବଦଳ: ପରିବେଶ ନିର୍ଦ୍ଦେଶକ ହେଲେ କେ.ମୁରୁଗେସେନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଇଏଫଏସ ଅଧିକାରୀସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୯୯୪ ବ୍ୟାଚ୍ ଆଇଏଫଏସ୍ କେ.ମୁରୁଗେସେନଙ୍କୁ ରାଜ୍ୟ ପରିବେଶ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ସେ ଏବେ ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏଥିସହିତ ସେ ଅତିରିକ୍ତ ଭାବେ ପରିବେଶ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୭୯ ବ୍ୟାଚ୍ ଆଇଏଫଏସ ସୁଶାନ୍ତ ନନ୍ଦଙ୍କୁ ପରିବେଶ ନିର୍ଦ୍ଦେଶକ ପଦରୁ ହଟାଇ ପିସିସିଏଫ୍(ନୋଡାଲ) ଭାବେ ଅବସ୍ଥାପିତ କରାଯାଇଛି । ସେ ଚିଲିକା ଉନ୍ନୟନ ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଇଜିଜେଏମପି ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ସେହିପରି ଖଣି ନିର୍ଦ୍ଦେଶକ ତଥା ୨୦୦୧ ଆଇଏଫଏସ ଜି.ରାଜେଶ ଅତିରିକ୍ତ ଭାବେ ଓଏମବିଏଡିସି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ ।

Get real time updates directly on you device, subscribe now.