fbpx

OAS ଅଧିକାରୀ ସ୍ତରରେ ଅଦଳବଦଳ, ରମେଶ ଚନ୍ଦ୍ର ପଣ୍ଡାଙ୍କୁ ବୌଦ୍ଧ ଡେପୁଟି କଲେକ୍ଟର ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି । ରାଜ୍ୟର ଦୁଇଜଣ ଓଏଏସ୍ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଇଛି । ତିହିଡ଼ି ତହସିଲଦାର ରମେଶ ଚନ୍ଦ୍ର ପଣ୍ଡାଙ୍କୁ ବୌଦ୍ଧର ଡେପୁଟି କଲେକ୍ଟର ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ରେମୁଣାର ଏକ୍ସ-ତହସିଲଦାର ଚାର୍ଲସ୍ ନାୟକଙ୍କୁ ତିହିଡ଼ି ତହସିଲଦାର ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

Get real time updates directly on you device, subscribe now.