ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ରାଜ୍ୟ ସରକାର ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । କିଛି ଅଧିକାରୀଙ୍କୁ ନୂଆ ସ୍ଥାନରେ ମିଳିଛି ଦାୟିତ୍ୱ । ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ୱର ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ମହିଳା ଓ ଶିଶୁ ବିକାଶ ବିଭାଗର ଯୁଗ୍ମ ସଚିବ ଭାବେ ଗୋପୀନାଥ କୁଅଁରଙ୍କୁ ଦାୟିତ୍ୱ ଦିଆଯାଇଛି । ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ଭାବେ ବିନୋଦ କୁମାର ଜେନାଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଶୈଳେଚନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକତିର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।