fbpx

OAS ସ୍ତରରେ ଅଦଳବଦଳ, ବେଦବର ପ୍ରଧାନଙ୍କୁ ଜୟପୁର ଉପଜିଲ୍ଲାପାଳ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ଇଷ୍ଟେଟ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶଙ୍କୁ ହସ୍ତତନ୍ତ ନିର୍ଦ୍ଦେଶକ ପଦରେ ଅବସ୍ଥାପିତ କରାଯାଇଛି ।

ସେହିପରି ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଶ୍ୟାମଭକ୍ତ ମିଶ୍ରଙ୍କୁ ବୟନ ଶିଳ୍ପ ନିର୍ଦ୍ଦେଶକ, ସଂଗ୍ରାମ କୁମାର ରାୟସର୍ଦ୍ଦାରଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ଇଷ୍ଟେଟ ନିର୍ଦ୍ଦେଶକ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଡିଓ ବେଦବର ପ୍ରଧାନଙ୍କୁ ଜୟପୁର ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

Get real time updates directly on you device, subscribe now.