fbpx

ଭିଜିଲାନ୍ସ ଜାଲରେ ଆରଆଇ: ୫୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଟିମ 

Advertisement

କଟକ: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ ବା ଆରଆଇ । ଗଞ୍ଜାମ ଜିଲା କୋଦଳା ତହସିଲ ଅନ୍ତର୍ଗତ କେ. ବରିଡ଼ା ରାଜସ୍ବ ନିରୀକ୍ଷକ ଦେବାଶିଷ ମାଝି ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି।  ଏକ ଜବତ ବାଲି ଟ୍ରକ ଛାଡିବାକୁ ୫୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ନିଜ କାର୍ଯ୍ୟାଳୟ ଭିତରେ ଲାଞ୍ଚ ଟଙ୍କା ନେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

 

ସୂଚନା ଅନୁସାରେ, କୋଦଳା ତହସିଲ ବରିଡା ଆରଆଇ ଦେବାଶିଷ ମାଝି ଏକ ବାଲି ଟ୍ରକ ଧରିଥିଲେ । ପରେ ଏହି ବାଲି ଟ୍ରକୁ ଛାଡିବାକୁ ସେ ଟଙ୍କା ମାଗିଥିଲେ । ୫୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରାପଡିଛନ୍ତି । ତେବେ ଭିଜିଲାନ୍ସ ତାଙ୍କୁ ଆଜି ଧରିଛି । ଏହାସହିତ ତାଙ୍କୁ ଅଧିକ ପଚରାଉଚରା ମଧ୍ୟ କରାଯାଉଛି । ଏହି ଘଟଣାରେ ଭିଜିଲାନ୍ସ ଆହୁରୀ ଖୋଳତାଡ ମଧ୍ୟ ଆରମ୍ଭ କରିଦେଇଛି । ଏହାପରେ ଆରଆଇଙ୍କ ସରକାରୀ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି।

Get real time updates directly on you device, subscribe now.