fbpx
BJD
BJD SKY
BJD SKY

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ବସ୍ ଏବଂ କାର ଧକ୍କା, ୨ ପିଲାଙ୍କ ସହ ୧୦ ଜଣଙ୍କର ମୃତ୍ୟୁ

BJD

ବେଙ୍ଗାଲୁରୁ: କର୍ଣ୍ଣାଟକରୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଖବର ଆସିଛି । ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଦିନ ମିସୁରୁ ନିକଟ ତାନାରସିଂହପୁର ଠାରେ ଏକ କାର ଏବଂ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ଶିଶୁ ମଧ୍ୟ ସାମିଲ ହୋଇଛନ୍ତି। ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଉଛି। ମୃତଦେହଗୁଡିକ କାର ଭିତର ଫସି ରହିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ମୃତଦେହକୁ ବାହାର କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା।

ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି।

Get real time updates directly on you device, subscribe now.