fbpx

ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କୁ କରୋନା

Advertisement

ନୂଆଦିଲ୍ଲୀ, ୧୦ା୪: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭାଗବତଙ୍କୁ ନାଗପୁରର କିଙ୍ଗଜୱେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସଂଘ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ କୁହାଯାଇଛି । ଭାଗବତଙ୍କ ଠାରେ କରୋନାର ସାମାନ୍ୟ ଲକ୍ଷଣ ଥିବା ଜଣାପଡ଼ିଛି । ସେ ଗତ ମାର୍ଚ୍ଚ ମାସ ୭ ତାରିଖରେ କରୋନା ଟିକାର ପ୍ରଥମ ଡୋଜ୍ ନେଇ ସାରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଦ୍ୱିତୀୟ ଡୋଜ୍ ନେଇନାହାନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଦେଶର ବହୁ ରାଜନେତା, କ୍ରୀଡ଼ାବିତ, ଅଭିନେତା ତଥା ବିଶିଷ୍ଟ ବ୍ୟକ୍ତିମାନେ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି ।

Get real time updates directly on you device, subscribe now.