ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ଜାରି ରହିଛି। ଏହି କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, କ୍ରୀଡାମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଅଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ଏହି କାର୍ଯ୍ୟକ୍ରମ ଜାରି ରହିଛି। ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ। ଏଥିସହ ଏକତାର ଶପଥ କରାଇବା ପରେ ନିଜେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀପରିଷଦ ସଦସ୍ୟ, ମୁଖ୍ୟ ଶାସନ ସଚିବ ଓ ଡିଜିଡି ସାମିଲ୍ ହୋଇଛନ୍ତି।