ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଯୋରନ୍ଦା ପୀଠର ସାଧୁସନ୍ଥ ଓ ମହିମା ଧର୍ମାବଲମ୍ବୀ: ପୀଠର ରୂପାନ୍ତର ପଦକ୍ଷେପ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଅନେକ ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ନବୀନ ନିବାସ ଠାରେ ଭେଟିଛନ୍ତି । ଯୋରନ୍ଦା ପୀଠର ରୂପାନ୍ତର ପାଇଁ ପଦକ୍ଷେପକୁ ସେମାନେ ସ୍ୱାଗତ ଜଣାଇବା ସହ ଏଥି ପାଇଁ ଅର୍ଥ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ସୂଚନାଯୋଗ୍ୟ ଯେ ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଯୋରନ୍ଦା ପୀଠ ପରିଦର୍ଶନ କରି ଏହାର ସମ୍ପୂର୍ଣ୍ଣ ରୂପାନ୍ତର ପାଇଁ ପ୍ରସ୍ତାବ ଦେବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳଙ୍କ ପ୍ରସ୍ତାବଭିତ୍ତିରେ ମୁଖ୍ୟମନ୍ତ୍ରୀ ଜୁନ୍ ୧୫ ତାରିଖ ଦିନ ଏଥିପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।