fbpx

ଟ୍ୱିନ୍ ସିଟିର ନୂତନ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

ଭୁବନେଶ୍ୱର: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ତାଙ୍କୁ ଗାର୍ଡ଼ ଅଫ୍ ଅନର ଦିଆଯାଇଥିଲା । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି ।

ପୋଲିସ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ପାଇଁ କାମ କରିବି କହିଲେ ସିପି । ଟୁଇନ୍ ସିଟି ବାସିନ୍ଦାଙ୍କୁ ଉତ୍ତମ ପୋଲିସ ସେବା ଦେବାକୁ ଗୁରୁତ୍ବ ଦିଆଯିବ ବୋଲି ସେ କହିଛନ୍ତି । ଆଗାମୀ ସାଧାରଣ ନିର୍ବାଚନରେ ଆଇନ ଶୃଙ୍ଖଳା ରକ୍ଷା ବଡ଼ ଚ୍ୟାଲେଞ୍ଜ ହେବ ବୋଲି ସେ କହିଛନ୍ତି । ସାଇବର ଅପରାଧ ରୋକିବାକୁ ଖୁବଶୀଘ୍ର ନୂଆ ବ୍ଲୁ ପ୍ରିଣ୍ଟ ହେବା ସହ , ଏଆଇ ଓ ଡିଫ୍ ଫେକ୍ ଫଟୋ ନେଇ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।

 

Get real time updates directly on you device, subscribe now.