fbpx

ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ସମ୍ବଲପୁର, ୨୦ା୧ (ଓଡିଶା ଭାସ୍କର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ସଞ୍ଜୀବ ମିତ୍ତଲଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି । ତେବେ ସଞ୍ଜୀବ ମିତ୍ତଲ ୪ ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଥିବା ଜଣାପଡ଼ିଛି । ସଂପ୍ରତି ସେ ଦିଲ୍ଲୀର ଗୁରୁ ଗୋବିନ୍ଦ ସିଂ ଇନ୍ଦ୍ରପ୍ରସ୍ଥ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟ କରୁଛନ୍ତି ।

Get real time updates directly on you device, subscribe now.