fbpx

ଜାନୁଆରୀ ୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ : ପ୍ରବଳ ଥଣ୍ଡା କାରଣରୁ ୪ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: ବର୍ତ୍ତମାନ ଶୀତ ଋତୁ ଚାଲିଥିବା ବେଳେ ଏଭଳି ସ୍ଥିତିରେ ଦେଶର ଅନେକ ସ୍ଥାନରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ତେଣୁ ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସ୍କୁଲ ବନ୍ଦ ପାଇଁ ଦେଶର ୪ଟି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଦିଲ୍ଲୀ, ପଞ୍ଜାବ, ଉତ୍ତରପ୍ରଦେଶ ଓ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ଜାନୁଆରୀ ୧୨ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ନର୍ସରୀ ଠାରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ପାଣିପାଗ ଅବସ୍ଥାକୁ ଦୃଷ୍ଟିରେ ରଖି ଶିକ୍ଷାମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଆଜି ରାଷ୍ଟ୍ରୀୟ ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ସହିତ ତାପମାତ୍ରା ୮.୨ ଡିଗ୍ରୀ ସେଲସିୟସ୍ ରହିଥିଲା । ସେହିପରି ଜାନୁଆରୀ ୮ରୁ ୧୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ପାଇଁ ଘୋଷଣା କରିଛନ୍ତି ପଞ୍ଜାବ ସରକାର । ପ୍ରବଳ ଥଣ୍ଡା କାରଣରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ’ରେ ଏକ ପୋଷ୍ଟ ଶେୟାର କରିଛନ୍ତି ।

ସେହିପରି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାବ୍ୟତୀତ ଜାନୁଆରୀ ୧୦ ଯାଏଁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ । ଲକ୍ଷ୍ନୌ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ୯ମରୁ ଦ୍ୱାଦଶ ଶ୍ରେଣୀ ଖୋଲା ରହିବ ବୋଲି କୁହାଯାଇଛି । ପୂର୍ବରୁ ହରିୟାଣା ସରକାର ଜାନୁଆରୀ ୧ରୁ ୧୫ ପର୍ଯ୍ୟନ୍ତ ଶୀତ ଛୁଟି ଘୋଷଣା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ତାହାକୁ ବୃଦ୍ଧି କରିନାହାନ୍ତି ।

Get real time updates directly on you device, subscribe now.