fbpx

ଏହି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ସମ୍ପୂର୍ଣ୍ଣ ବନ୍ଦ, ଜାଣନ୍ତୁ କେବେ ଖୋଲିବ

ନୂଆଦିଲ୍ଲୀ, ୧୮ା୪: ଦେଶର ବିଭିନ୍ନ ରାଜ୍ୟରେ କରୋନାର ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି । ହରିୟାଣାରେ ମଧ୍ୟ କୋଭିଡର ଲହର ଜାରି ରହିଛି । ତେଣୁ ସରକାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟରଗୁଡ଼ିକୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ତେବେ ଜାରି କରାଯାଇଥିବା ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ, ଆଇଟିଆଇ ଓ କୋଚିଂ ସେଣ୍ଟର ବନ୍ଦ ରହିବ । ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ଶିକ୍ଷାନୁଷ୍ଠାନଗୁଡ଼ିକରେ ଉପସ୍ଥିତ ରହିଲେ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି । ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଥିବା ରାଜ୍ୟର ୧୦ମ ବୋର୍ଡ ପରୀକ୍ଷାକୁ ରଦ୍ଦ କରିଦିଆଯାଇଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ମଧ୍ୟ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି । ଏଥିସହ ୫ମ, ୮ମ ଓ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ ପାସ୍ ପାଇଁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.