fbpx

ମାର୍ଚ୍ଚ ୧ରୁ ବଦଳିଲା ସ୍କୁଲ ସମୟ, ଜାଣନ୍ତୁ ଟାଇମ୍ ?

ଭୁବନେଶ୍ୱର,୨୬ ।୨(ଓଡିଶା ଭାସ୍କର): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଦଳିଲା ସ୍କୁଲ ଟାଇମ୍ । ସାରା ରାଜ୍ୟରେ ମାର୍ଚ୍ଚ ୧ରୁ ବଦଳିଯିବ ସ୍କୁଲ ସମୟ । ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଯାଏଁ ସ୍କୁଲ ଚାଲିବ । ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ୯ଟାରୁ ଆରମ୍ଭ ହୋଇ ଦିନ ୧ଟା ଯାଏଁ ଚାଲିବ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସବୁ ଡିଇଓମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ଅତିରିକ୍ତ ସଚିବ ।

Get real time updates directly on you device, subscribe now.