ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଛି । ଆଜି ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀରେ ପହଞ୍ଚିବା ସହ ଭୁବନେଶ୍ୱର ଏସିଆର ଷଷ୍ଠ ଉତ୍ତପ୍ତ ସ୍ଥାନରେ ରହିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଏସିଆର ୧୦ଟି ଉତ୍ତପ୍ତ ତାଲିକାରେ ଭାରତର ୫ଟି ସହର ସ୍ଥାନ ପାଇଛି । ୪୫.୭ ଡିଗ୍ରୀ ସହ ମିଆଁମାରର ବାଉକ୍ ସହର ସର୍ବାଧିକ ଉତ୍ତର ସହରରେ ପରିଣତ ହୋଇଛି ।
ପ୍ରବଳ ତାତି କାରଣରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସମସ୍ତ ସ୍କୁଲ ସମୟ ପରବର୍ତ୍ତନ କରାଯାଇଛି । ଜିଲ୍ଲାରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ଚାଲିବ । ତା’ପରେ ସ୍କୁଲ ଛୁଟି କରିଦିଆଯିବ । ତେବେ ସ୍କୁଲ ପରିସରରେ ପର୍ଯ୍ୟାପ୍ତ ମାତ୍ରାରେ ପାନୀୟ ଜଳ ମହଜୁଦ୍ ରଖିବାକୁ ପରାମର୍ଶ ଦିଆଯାଇଛି । ଏନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସେହିପରି ଖରା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି । ଅଙ୍ଗନବାଡ଼ିରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବ । ପ୍ରବଳ ତାତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।