fbpx

ଆତଙ୍କ ଖେଳାଉଛି ସ୍କ୍ରବ ଟାଇଫସ : ଆଜି ପୁଣି ସୁନ୍ଦରଗଡ଼ରେ ୧୧ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ଗତକାଲି ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସରେ ୭ଜଣ ଆକ୍ରାନ୍ତ ଥିବା ବେଳେ ଆଜି ପୁଣି ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ଛୁଇଁଛି । ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

ଏହା ଟିଙ୍କ ଜାତୀୟ ଅତି କ୍ଷୁଦ୍ର କୀଟ ସାଧାରଣତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି । ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଔଷଧ ଓ ନମୁନା ପରୀକ୍ଷା ପାଇଁ ସମସ୍ତ ସୁବିଧା ଥିବା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ରହିଛନ୍ତି ।

ସାଧାରଣତଃ ଜୁଲାଇରୁ ନଭେମ୍ବର ମାସ ମଧ୍ୟରେ ସ୍କ୍ରବ ଟାଇଫସ୍ ସଂକ୍ରମଣ ଦେଖିବାକୁ ମିଳିଥାଏ । ଏହି ସଂକ୍ରମଣରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଭୀଷଣ ଜ୍ୱର ହେବା ସହ ମୁଣ୍ଡ ବୁଲାଇବା ଓ ମାଂସପେଶୀ ଦରଜ ହୋଇଥାଏ । ପୋକ କାମୁଡିଥିବା ସ୍ଥାନ କୁଣ୍ଡେଇ ହେବା ସହ କିଛି ସମୟ ପରେ କଳା ପଡିଯାଏ । ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ୍ ସମୟରେ ପରୀକ୍ଷା କରି ଚିକିତ୍ସା କରାଇଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି ଡାକ୍ତର କହିଛନ୍ତି ।

Get real time updates directly on you device, subscribe now.