fbpx
BSKY
BJD SHG SKY
BJD YOUTH SKY

ScrubTyphus: ଚିନ୍ତା ବଢ଼ାଉଛି ସୁନ୍ଦରଗଡ଼ ଜିଲ୍ଲା, ୩୬୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡିଶା ଭାସ୍କର; ସ୍କ୍ରବ ଟାଇଫସ ରୋଗକୁ ନେଇ ଚିନ୍ତା ବଢାଇବାରେ ଲାଗିଛି ସୁନ୍ଦରଗଡ଼ ଜିଲ୍ଲା । ଗତକାଲି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ରେ ପହଞ୍ଚିଥିବା ବେଳେ ଆଜି ଆଉ ୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଆଜି ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ରେ ପହଁଚିଛି । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏଠାରେ କହି ରଖୁଛୁ ଯେ, ଗତ ଜାନୁ୍ଆରି ମାସରୁ ଆଜି ମଧ୍ୟରେ ମୋଟ ୩୬୧ ଜଣ ସ୍କ୍ରବ୍‌ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ସେପଟେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି, ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି । ଏହା ସହ ତାହାର ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗକୁ ରୋକ ଲଗାଇବା ପାଇଁ ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି ।

Get real time updates directly on you device, subscribe now.