fbpx

କରୋନାରେ ୭ ଜଣଙ୍କ ମୁଣ୍ଡ ଗଡ଼ିଲା: ଆଜି ଚିହ୍ନଟ ହେଲେ ୬୧୧୬ ପଜିଟିଭ୍

Advertisement

ଭୁବନେଶ୍ୱର, ୨୫ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୬୧୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୫୭୦ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ସାତ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ରାୟଗଡ଼ା ଜିଲ୍ଲାରୁ ୨ ଜଣ, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭ ହଜାର ୪୫୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୫୯ ହଜାର ୪୬୭ ରହିଥିବା ବେଳେ ୪୫ ହଜାର ୯୪୯ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.