fbpx

ବସ-ହାଇୱା ମୁହାଁମୁହିଁ: ୭ ଯାତ୍ରୀ ଆହତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦିନକୁ ଦିନ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ି ବଢ଼ି ଚାଲିଛି । ଆଜି ଏକ ବସ୍ ଓ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀମାନେ ଗଞ୍ଜାମ ଜିଲ୍ଲା ତାରାତାରିଣୀ ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ ଏହି ଅଘଟଣ ଘଟିଥିଲା ।

ମନ୍ଦିର ପାହାଚ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ତେବେ ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଯାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କୁ ମଧ୍ୟରୁ ୭ ଜଣ ବସ ଯାତ୍ରୀ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ହାଇୱା ଡ୍ରାଇଭର । ଏହି ଦୁର୍ଘଟଣାରେ ଦୁଇଜଣଙ୍କର ଅବସ୍ଥା ଗୁରୁତର ରହିଛି ।

ଦୁର୍ଘଟଣାର ଶିକାର ହୋଇଥିବା ସମସ୍ତ ଯାତ୍ରୀ ହେଉଛନ୍ତି ପୋଲସରା ଅଞ୍ଚଳର । ବସଟି ଯାତ୍ରୀଙ୍କୁ ଧରି ପାହାଡ଼ ରାସ୍ତାରେ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ହାଇୱା ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ହାଇୱାର ଆଗପଟ ଭାଗଟି ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ତା’ ଭିତରେ ଡ୍ରାଇଭର ଫସି ରହିଥିଲେ । ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କ ସହ ଅନ୍ୟ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।

Get real time updates directly on you device, subscribe now.