fbpx

ଶ୍ରୀମନ୍ଦିର ପରିଚାଳନା କମିଟି ପୁନର୍ଗଠିତ

ପୁରୀ: ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ । ମୁକ୍ତିମଣ୍ଡପକୁ ପ୍ରତିନିଧିତ୍ୱ କରିବେ ଅଶୋକ ମହାପାତ୍ର ।

ସେହିପରି ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ସଦସ୍ୟ ଥିବାବେଳେ । ପୁଷ୍ପାଳକ ନିଯୋଗ ସେବାୟତ ଜଗନ୍ନାଥ କର, ପ୍ରତିହାରୀ ନିଯୋଗ ସେବାୟତ ମାଧବ ଚନ୍ଦ୍ର ମହାପାତ୍ର, ସୁଆର ମହାସୁଆର ନିଯୋଗ ସେବାୟତ ଅନନ୍ତ ତିଆଡ଼ି, ଦଇତାପତି ନିଯୋଗ ସେବାୟତ ଦୁର୍ଗାପ୍ରସାଦ ମହାପାତ୍ର, ରାଧାବଲ୍ଲଭ ମଠ ମହନ୍ତ ରାମକୃଷ୍ଣ ଦାସ ପ୍ରମୁଖ ସଦସ୍ୟ ଭାବେ ରହିଛନ୍ତି । ତେବେ ବିଭିନ୍ନ ଧର୍ମାନୁଷ୍ଠାନ ଓ ମଠର ପ୍ରତିନିଧିତ୍ୱ କରିବେ ରାମକୃଷ୍ଣ ଦାସ । ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଚାର୍ଟାଡ ଆକାଉଣ୍ଟାଣ୍ଟ ଶରତ ଚନ୍ଦ୍ର ଭଦ୍ରା ମଧ୍ୟ ସଦସ୍ୟ ମନୋନୀତ ।

Get real time updates directly on you device, subscribe now.