ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ୧୭ା୬: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ  ମଙ୍ଗଳବାର ମାନ୍ୟବର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟି ମହାପ୍ରଭୁଙ୍କ ଆଗାମୀ ପବିତ୍ର ଘୋଷଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି।

ମାନ୍ୟବର ରାଜ୍ୟପାଳ ଏହି ଆମନ୍ତ୍ରଣ ପାଇଁ ଡ. ପାଢ଼ୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଓ କହିଛନ୍ତି ଯେ, ଘୋଷଯାତ୍ରା ଓଡ଼ିଶାର ଐତିହ୍ୟ ଓ ଆସ୍ଥାର ପ୍ରତୀକ। ମୁଁ ଏହି ପବିତ୍ର ଅବସରରେ ଅଂଶଗ୍ରହଣ କରିବାକୁ ଅପେକ୍ଷା କରିଛି।