fbpx

୨୪ତାରିଖ ସନ୍ଧ୍ୟା ୭ଟାରୁ ୨୭ ତାରିଖ ସକାଳ ଯାଏଁ ସଟଡାଉନ ରହିବ ରାଜ୍ୟର ଏହି ଜିଲ୍ଲା , ଜାଣନ୍ତୁ କେଉଁ ଜିଲ୍ଲା

ନବରଙ୍ଗପୁର, ୨୨ା୮(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ କମିବାର ନା ଧରୁନି । ତେଣୁ ରାଜ୍ୟରେ କରୋନା ମୁକାବିଲା କରିବା ପାଇଁ ବିଭିନ୍ନ ଜିଲ୍ଳାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହାରି ମଧ୍ୟରେ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । ଏହି ସଟଡ଼ାଉନ ଘୋଷଣା କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ୨୪ତାରିଖ ସନ୍ଧ୍ୟା ୭ଟାରୁ ୨୭ ତାରିଖ ସକାଳ ଯାଏଁ ସଟଡାଉନ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।

ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦,୫୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୩୯୯ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ଓଡ଼ିଶାରେ ୨୪୫୮୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.