କାର୍ତ୍ତିକ ପୂର୍ଣ୍ଣମୀର ମାହାତ୍ମ୍ୟ… କାହିଁକି ପାଳନ ହୁଏ ଏହି ପର୍ବ? ଜାଣନ୍ତୁ ବିଶେଷତ୍ୱ

ଓଡ଼ିଶା ଭାସ୍କର: ପବିତ୍ର କୁମାର ପୂର୍ଣ୍ଣିମା, ଯାହାକି ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି ।

କୁମାର ପୂର୍ଣ୍ଣମୀ ଓଷାର କିମ୍ବଦନ୍ତୀ ଜାଣିଲେ ଆଶ୍ଚର୍ଯ୍ୟ ଲାଗେ । କୁମାର ପୂର୍ଣ୍ଣମୀ ଓଷା ପାଳନ କରାଯିବାର କାରଣ ଅନେକ ରହିଛି । ପୁରାଣ କିମ୍ବଦନ୍ତୀ ବିଶ୍ୱାସ ଅନୁଯାୟୀ କୁମାରୀ ଝିଅଙ୍କ ଏହି କୁମାର ପୂର୍ଣ୍ଣମୀ ଓଷାର ଅନେକ କାରଣ ରହିଛି । ପୁରାଣ କିମ୍ବଦନ୍ତୀ ଅନୁସାରେ ଆଜି କେବଳ ଗୋଟିଏ ଦିନ ଚନ୍ଦ୍ରମା ଷୋଳ କଳାରେ ପରିପୂର୍ଣ୍ଣ ଥାନ୍ତି । ବିଶ୍ୱାସ ରହିଛି ଆଜି ରାତ୍ରିରେ ଚନ୍ଦ୍ରମାଙ୍କ ଠାରୁ ଅମୃତ ବର୍ଷା ହୋଇଥାଏ । କୁହାଯାଏ ଆଜି ଦିନରେ ଶ୍ରାକୃଷ୍ଣ ମହାରାସ ରଚିଥିଲେ । ଆଜି ଦିନକୁ ଓଡିଶାରେ ଜହ୍ନି ଓଷା ଭାବେ ମଧ୍ୟ ପାଳନ କରାଯାଇଥାଏ । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ କୁମାର ପୂର୍ଣ୍ଣିମା ପର୍ବ ପାଳନ କରାଯାଏ । ଏହିଦିନ ଜଗତ ଜନନୀ ମା’ ଗଜଲକ୍ଷ୍ମୀଙ୍କ ପୂଜା ମଧ୍ୟ କରାଯାଇଥାଏ ।

ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନ‌ଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି । ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ । ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସ‌ହିତ ଯୁଦ୍ଧ ଆରମ୍ଭ କରିଥିଲେ । ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ । ତେବେ ଏହି ପର୍ବରେ କାର୍ତ୍ତିକେୟଙ୍କ ପାଇଁ କୌଣସି ବିଶେଷ ପୂଜା ବିଧି ନାହିଁ ।