fbpx

ଏଣିକି M.Phil, Ph.D, D.Litt ପାଇଁ ଏକକ ପ୍ରବେଶିକା ପରୀକ୍ଷା, ଉଚ୍ଚଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଅଭିନବ ପଦକ୍ଷେପ ନିଆଯାଇଛି । ଏଣିକି ଏମ.ଫିଲ୍, ପିଏଚଡି ଓ ଡି.ଲିଟ୍ ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏହି ସମସ୍ତ ପାଠ୍ୟକ୍ରମ ପାଇଁ ଛାତ୍ରଛାତ୍ରୀମାନେ ଏକ ସମୟରେ ନାମ ଲେଖାଇବେ । ଏହି ନୂଆ ନୀତି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟମାନଙ୍କରେ ଲାଗୁ ହେବ । ଏହା ବାବଦରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏ ବିଷୟରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି । ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଏକ ସମୟରେ ଗବେଷଣା ପାଠ୍ୟକ୍ରମରେ ନାମଲେଖା ହେବ । ପରବର୍ତ୍ତୀ ସମୟରେ ପାଠ୍ୟକ୍ରମର ସୀମା ମଧ୍ୟ ନିର୍ଦ୍ଧାରଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.