fbpx

୩୧ରେ ସରିବ ଏସ୍ଆଇଓଏସର ମାଗଣା ନାମଲେଖା, ଅଧାରୁ ପାଠପଢା ଛାଡିଥିବା ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଆଡ଼ମିସନ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ଅଧାରୁ ପାଠପଢା ଛାଡିଥିବା, ଦଶମ ଫେଲ୍ କିମ୍ବା ବିଦ୍ୟାଳୟରେ ନିୟମିତ ଅନୁପସ୍ଥିତ ଥବା ୧୪ରୁ ୧୮ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ ପୁଣି ଥରେ ଶିକ୍ଷା କ୍ଷେତ୍ରରେ ଯୋଡିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟ (ଏସ୍ଆଇଓଏସ୍)ରେ ଜୁଲାଇ ଶେଷ ସପ୍ତାହରୁ ଏହି ମାଗଣା ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି ।

ବର୍ତ୍ତମାନ ସୁଦ୍ଧା ୯୬୦୦ ଛାତ୍ରଛାତ୍ରୀ ଏହି ପ୍ରକ୍ରିୟା ମାଧ୍ୟମରେ ନାମ ଲେଖି ସାରିଲେଣି । ଆସନ୍ତା ଅଗଷ୍ଟ ୩୧ ତାରିଖରେ ଏସ୍ଆଇଓଏସ୍ ମାଗଣା ନାମଲେଖା ପ୍ରକ୍ରିୟା ଶେଷ ହେବ । ଯେଉଁ ଛାତ୍ରଛାତ୍ରୀମାନେ ନାମ ଲେଖି ନାହାନ୍ତି ଆସନ୍ତା ୩୧ ତାରିଖ ମଧ୍ୟରେ ମାଗଣାରେ ନାମ ଲେଖିପାରିବେ ।

ରାଜ୍ୟ ବାହାରେ ଥିବା ପିଲାମାନେ ଯେପରି ନାମ ଲେଖିପାରିବେ, ସେଥିପାଇଁ ଶିକ୍ଷକମାନେ ତାଙ୍କୁ ମୋବାଇଲ୍ ମାଧ୍ୟମରେ ଯୋଗାଯୋଗ କରି ନାମ ଲେଖାଇବାକୁ ବୁଝାଉଛନ୍ତି । ଅଧିକ ସଚେତନତା ସୃଷ୍ଟି କରିବାକୁ ଲିଫ୍ଲେଟ୍ ବା ସଚେତନ ପତ୍ରିକା ବଣ୍ଟାଯିବା ସହ ଅଟୋରିକ୍ସାରେ ମାଇକ୍ ଯୋଗେ ପ୍ରଚାର କରାଯାଉଛି ।

Get real time updates directly on you device, subscribe now.