fbpx

ପ୍ରଥମେ ବଢ଼ିଲେ ଆକ୍ରାନ୍ତ, ଏବେ ବଢ଼ିଲାଣି କୋଭିଡ୍ ମୃତ୍ୟୁସଂଖ୍ୟା: ଆଜି ରାଜ୍ୟରେ ୬ ଜଣଙ୍କର ପ୍ରାଣ ଗଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । କଟକରୁ ଦୁଇଜଣ, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.