fbpx

ଗଛକୁ ପିଟିଲା ଭ୍ୟାନ୍: ୬ ମୃତ, ୩୦ରୁ ଅଧିକ ଯାତ୍ରୀ ଗୁରୁତର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କନ୍ଧମାଳର କୋଟଗଡ଼ର କୁଟିବାଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ଯାତ୍ରୀଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଭ୍ୟାନଟି କୋଟଗଡ଼ରୁ ଟିଆମାହା ଯିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ପରିସ୍ଥିତି ସଙ୍କଟଜନକ ରହିଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି ।

Get real time updates directly on you device, subscribe now.