fbpx

ସାରା ଓଡ଼ିଶାକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର(ଓଡିଶା ଭାସ୍କର): ସାରା ଓଡ଼ିଶାକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସାହାଯ୍ୟରେ ସାରା ଓଡ଼ିଶାକୁ ଛୁଇଁଲା । ଜୁନ୍‌ ୧୦ ତାରିଖରେ ଓଡ଼ିଶାର ୮ଟି ଜିଲ୍ଲାରେ ସଂପୂର୍ଣ୍ଣ ପ୍ରବେଶ କରିସାରିଛି ମୌସୁମି । ଏହି ପ୍ରଭାବରେ ୧୦ ତାରିଖ ଠାରୁ ରାଜ୍ୟରେ ବର୍ଷା ଲାଗିରହିଛି । ତେବେ ୨୧ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେଗୁଡିକ ହେଲା; ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏଣୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.