ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ୨୦୨୩ ପାଇଁ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ସାରାଦେଶରେ ନଭେମ୍ବର ୯ ତାରିଖରୁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ । ଏହା ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ଚାଲୁରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି । ୨୦୨୩ ମସିହା ପାଇଁ ନୂତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଶନିବାର ମୁଖ୍ୟ ନିର୍ବାଚନ ଅଧିକାରୀ ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଓ ରିଟର୍ଣ୍ଣିଂ ଅଧିକାରୀ ତଥା ଉପଜିଲ୍ଲାପାଳମାନଙ୍କ ସହ ଭିଡ଼ିଓ କନ୍ଫେରେନ୍ସିଙ୍ଗ ମାଧ୍ୟମରେ ଏକ ମୀକ୍ଷା ବୈଠକ କରିଥିଲେ ।
ସୂଚନା ଅନୁଯାୟୀ ନଭେମ୍ବର ୯ ନଭେମ୍ବର ଠାରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ଭୋଟରଙ୍କୁ ବିଶେଷ କରି ନୂତନ ଭୋଟରଙ୍କୁ ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ ଅବଗତ କରାଯିବ । ଏହାସହ ୧୭ ବର୍ଷରୁ ଊର୍ଦ୍ଧ୍ୱ ଭୋଟରମାନଙ୍କୁ ଆଗୁଆ ଆବେଦନ ପତ୍ର ଦାଖଲ କରିପାରିବେ । ବର୍ଷରେ ୪ ଗୋଟି ଯୋଗ୍ୟତାସୂଚକ ତାରିଖ ଜାନୁଆରୀ ୧ ତାରିଖ, ଅପ୍ରେଲ ୧ ତାରିଖ, ଜୁଲାଇ ୧ ତାରିଖ ଓ ଅକ୍ଟୋବର ୧ ତାରିଖର ସୁବିଧାମ ଯୋଗାଇଦେବା ।
ନୂତନ ଭୋଟରମାନଙ୍କୁ ଅନ୍ଲାଇନ୍ ମାଧ୍ୟମରେ ପଞ୍ଜୀକରଣ ନିମନ୍ତେ ଆକୃଷ୍ଟ କରିବା ପାଇଁ ବିଶେଷ ଧ୍ୟାନ ଦେବାକୁ ପଞ୍ଜୀକରଣ ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ସଂଘମିତ୍ରା ଶତପଥୀ, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ, ଆସିଷ୍ଟାଷ୍ଟ ଇଂଜିନିୟର ଇଦ୍ରିଶ ଖାନ୍, ରାମଚନ୍ଦ୍ର ଟୁଙ୍ଗା ଓ ଯୋଗେଶ ବାବୁ ପ୍ରମୁଖ ଉପସ୍ଥିତ ଥିଲେ ।