କିଟର ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ, ଉଚ୍ଛେଦ ଲାଗି ହେବ ସ୍ପେଶାଲ ଡ୍ରାଇଭ୍
ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ଯେଉଁଠି ଜବରଦଖଲ, ସେଠାରେ କାର୍ଯ୍ୟାନୁଷ୍ଠାନ ।
ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗରେ ଆଜି ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ।
କିଟର ଜମି ଜବରଦଖଲ ଉଚ୍ଛେଦ ପାଇଁ ସ୍ପେସାଲ ଡ୍ରାଇଭ କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ଖୁବଶୀଘ୍ର ସଂପୃକ୍ତ ବିଭାଗ ପଦକ୍ଷେପ ନେବ ବୋଲି କହିଛନ୍ତି ।
ଯେଉଁଠି ଯେଉଁଠି ଜବରଦଖଲ ଅଛି, ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଓ ଏଇ ବିଭାଗ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି । ପ୍ରକାଶଥାଉକି, କିଛିଦିନ ପୂର୍ବରୁ ବିଧାନସଭାରେ ମଧ୍ୟ ଉତ୍ତର ରଖିଥିଲେ ମନ୍ତ୍ରୀ ।
ଯେଉଁ ଜଙ୍ଗଲ ଜମି ଅବରୋଧ ହୋଇଛି, ତାହା ବ୍ୟବସାୟିକ ଉଦ୍ଦେଶ୍ୟରେ ହେଉ ବା ବେଆଇନ୍ ଭାବେ ଜବରଦଖଲ ହେଉ, ସେ ବାବଦରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ ।
ତେବେ କିଟରେ ନେପାଳି ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଦିନ ଦିନ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି । ଗତକାଲି ଅଚ୍ୟୁତ ସାମନ୍ତଙ୍କୁ ଅଢେଇ ଘଣ୍ଟା ଧରି ଜେରା କରାଯାଇଛି ।