fbpx

ଗତି ହିଁ ଶକ୍ତି : ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଲୋକସେବା ଭବନରେ ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ୧୫ ହଜାର ମାଆଙ୍କୁ ସ୍କୁଟର ପ୍ରଦାନ କରାଯାଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ‘ଗତି ହିଁ ଶକ୍ତି’ । ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିବ ।

ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ । ମାଆମାନେ ଭଲ କାମ କରୁଛନ୍ତି । ୧୫ ହଜାର ମାଆଙ୍କୁ ସ୍କୁଟର ଦିଆଯାଇଛି । ଆଗାମୀ ଦିନରେ ୨ ଲକ୍ଷ ମାଆ ସ୍କୁଟର ପାଇବେ ।’ ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮ କୋଟି ଟଙ୍କାର ସୁଧ ଋଣ ଛାଡ଼ ହେବ। ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଦକ୍ଷତା ବୃଦ୍ଧି ତାଲିମ, ଜୀବିକା ପ୍ରୋତ୍ସାହନ ଏବଂ ବଜାର ସଂଯୋଗୀକରଣ ଦିଗରେ ଗୁରୁତ୍ବପୂର୍ଣ୍ଣ ସେବା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମହିଳା ସଶକ୍ତିକରଣ ଦିଗରେ ସେମାନଙ୍କର ଅବଦାନକୁ ସୀକୃତି ଦେବା ସହ ସେମାନଙ୍କୁ ନିଜ କାର୍ଯ୍ୟ ତୁଲାଇବାକୁ ଆହୁରି ସୁଗମ କରିବା ପାଇଁ ରାଜ୍ୟ ସରକାର ସ୍କୁଟର କିଣିବା ଉପରେ ଋଣର ସୁଦ୍ଧ ଛାଡ଼ ଘୋଷଣା କରାଯାଇଛି । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବ । ଏଥିପାଇଁ ଚଳିତ ଆର୍ଥିକ ବର୍ଷରେ ୫୦ କୋଟି ଟଙ୍କାର ବଜେଟ ଆବଣ୍ଟନ ପ୍ରସ୍ତାବ ରଖାଯାଇଛି । ମିଶନ ଶକ୍ତି ମା’ଙ୍କୁ ଗତବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି । ୨୫୦ କୋଟିରୁ ଅଧିକ ଟଙ୍କାର ସୁଧ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.