fbpx

ପ୍ରବଳ ବର୍ଷା: ରନ୍ଧା ଓ ଶୁଖିଲା ଖାଦ୍ୟ ପାଇଁ SRCଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ଲୋକମାନେ ଘରୁ ବାହାରକୁ ବାହାରି ପାରୁନାହାନ୍ତି । ପ୍ରବଳରୁ ଅତି ପ୍ରବଳ ବର୍ଷା ଦୃଷ୍ଟିରୁ ଏସଆରସିଙ୍କ ପକ୍ଷରୁ ସତର୍କତା ଜାରି ହୋଇଛି । ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି ।

ବର୍ଷା ଯୋଗୁଁ ଆହୁରି ଅଧିକ ତଳିଆ ଅଞ୍ଚଳରେ ବନ୍ୟା ଆସିପାରେ । ଯଦି ଜନବସତି ପ୍ରବାଭିତ ହୁଏ, ତେବେ ଲୋକମାନଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ରନ୍ଧା ଓ ଶୁଖିଲା ଖାଦ୍ୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯୁଦ୍ଧକାଳୀନ ଭିତ୍ତିରେ ଯୋଗାଯୋଗ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.