fbpx

ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ୱର,୧୭ ।୧୦(ଓଡିଶା ଭାସ୍କର): ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋବର ସମ୍ଭାବନା ରହିଛି । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି ପ୍ରଦୀପ ଜେନା। ୧୯ରୁ ୨୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁଁ ଦକ୍ଷିଣ ଓଡିଶାର ନଦୀ ନାଳର ଜଳସ୍ତର ବଢିପାରେ । ପାଣି ମାଡିବା, ଭୂସ୍ଖଳନ ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.