fbpx

ଦଶମୀରେ ପ୍ରବଳ ଛେଚିବ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ SRC

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୮ ଘଣ୍ଟାରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ୧୬ ଓ ୧୭ ତାରିଖରେ ବି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ।

ତେବେ ଆଜି ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତାକାଲି ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ାରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୧୫ରେ ଉପକୂଳ ଓଡ଼ିଶା ସହ ଭଦ୍ରକ, ଯାଜପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଗଜପତି, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୬ରେ ପୁରୀ, ଜଗତସିଂହପୁର, ଗଞ୍ଜାମ, କନ୍ଧମାଳରେ ବର୍ଷା ହେବାର ଅନୁମାନ କରାଯାଉଛି ।

Get real time updates directly on you device, subscribe now.