fbpx

ଭାରତୀୟ ପାଣିପାଗ ବିଭାଗ ଜାରି କଲା ବର୍ଷା ସତର୍କ ସୂଚନା; ସମୁଦ୍ର ପ୍ରବେଶ ଉପରେ କଟକଣା

ଭୁବନେଶ୍ୱର (ଓଡିଶା ଭାସ୍କର): ଆସନ୍ତା ୧୭ ତାରିଖ ପାଇଁ ପ୍ରବଳ ବର୍ଷା ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର । ସୂଚନା ଅନୁସାରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ପ୍ରବଳ ବର୍ଷାକୁ ନଜରରରେ ନଜରରେ ରଖି ଏସ୍ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି।

ୟେଲୋ ଓ୍ଵାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଂଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ ଖୋଲିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ଏସ୍ଆରସି । ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛିା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖ ଠାରୁ ମାଛ ଧରିବାକୁ ସମୁଦ୍ର ଭିତରକୁ ଯିବାକୁ ମନା ହୋଇଛି ।

Get real time updates directly on you device, subscribe now.