fbpx
BSKY
BJD SHG SKY
BJD YOUTH SKY

ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକଲାଗି ନୀତି; ଚାରିଘଣ୍ଟା ବନ୍ଦରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ବୈଶାଖ କୃଷ୍ଣ ଚତୁର୍ଦ୍ଦଶୀ ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଆଜି ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ । ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଶେଷ କରି ଚନ୍ଦନ ଯାତ୍ରା ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା ହେବ ।

Get real time updates directly on you device, subscribe now.