fbpx

ପହିଲାରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ: ପଶ୍ଚିମ ଦ୍ୱାର ଦେଇ ଯିବେ ପୁରୀବାସୀ, ପୂର୍ବ ଦ୍ୱାର ସର୍ବସାଧାରଣଙ୍କ ପାଇଁ ଖୋଲା

ପୁରୀ,(ଭାସ୍କର ନ୍ୟୁଜ୍‌): ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ତେଣୁ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ପହିଲା ଅର୍ଥାତ ଫେବୃଆରୀ ୧ ତାରିଖରୁ ଖୋଲିବ ଶ୍ରୀମନ୍ଦିର । ଭକ୍ତମାନେ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିାରିବେ । ଶୁକ୍ରବାର ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ବୈଠକ ପରେ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିରର ସବୁ ସେବାୟତ ଓ ଜିଲ୍ଲାପ୍ରଶାସନର ଅଧିକାରୀମାନେ ଯୋଗ ଦେଇଥିଲେ । ବୈଠକରେ ଶ୍ରୀମନ୍ଦିର ଖୋଲିବା ଉପରେ ଆଲୋଚନା ହୋଇଥିଲା । ସମସ୍ତେ ମନ୍ଦିର ଖୋଲିବା ଉପରେ ଗୁରୁତ୍ୱ ଦେଇଥିଲେ । ବୈଠକ ପରେ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ, ଫେବୃଆରୀ ୧ ତାରିଖରୁ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ପୂର୍ବ ରି ପ୍ରତି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର । ସେହି ଦିନ ମନ୍ଦିର ସାନିଟାଇଜ୍‌ କରାଯିବ । ମନ୍ଦିର ଖୋଲିବା ଓ ବନ୍ଦ ନେଇ ଏସ୍‌ଓପି ଆସିବ । ପୂର୍ବ ରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ । ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାରୁ ଶ୍ରୀମନ୍ଦିରକୁ ବନ୍ଦ କରିଦିଆଯାଇଥିଲା । ସାଧାରଣ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରି ।ରିନଥିଲେ । ଏବେ କୋଭିଡ୍‌ ଆକ୍ରାନ୍ତ କମିବା ପରେ ପୁରୀ ଜିଲ୍ଲା ପ୍ରଶାସନ ଶ୍ରୀମନ୍ଦିର ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

Get real time updates directly on you device, subscribe now.