fbpx

ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ହେବ ନାହିଁ ଗଣତି, ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତଙ୍କ ମନରେ ବିଭିନ୍ନ ପ୍ରଶ୍ନ ଉଙ୍କିମାରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବା ନେଇ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ଭିତରକୁ ୧୧ ଜଣ ସଦସ୍ୟ ପ୍ରବେଶ କରିପାରିବେ । ସେମାନଙ୍କ ସହ ସ୍ନେକ ହେଲପ୍ ଲାଇନ ଟିମ୍ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିବେ । ଏନେଇ ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି । ଅପରପକ୍ଷରେ ଆଜି ରତ୍ନଭଣ୍ଡାର ଖୋଲିବ କିନ୍ତୁ ରତ୍ନଭଣ୍ଡାରର ଗଣତି ହେବନି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।

ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ । ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଅରବିନ୍ଦ ପାଢ଼ୀ କହିଛନ୍ତି, ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି । ଅନ୍ୟପଟେ ରତ୍ନଭଣ୍ଡାର ମରାମତି, ଗଣତି ମଣତି ସମୟରେ ଦର୍ଶନରେ କୌଣସି ବି ଅସୁବିଧା ହେବନି ବୋଲି ସେ ସୂଚନା ଦେଇଛନ୍ତି ।

 

Get real time updates directly on you device, subscribe now.