fbpx

ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, କରୋନା କଟକଣା ଯୋଗୁଁ ଭର୍ଚୁଆଲ ଜରିଆରେ ଯୋଡି ହେବେ ସମସ୍ତ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା

ଭୁବନେଶ୍ୱର,(ଓଡ଼ିଶା ଭାସ୍କର): ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସହ ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗଦେବେ । କରୋନା ସଂକ୍ରମଣ ଏବଂ ଏହାଜନିତ କଟକଣା କାରଣରୁ ଏହି ବୈଠକ ଭିଡିଓ କନଫରେନ୍‌ସ (ଭର୍ଚୁଆଲ) ଜରିଆରେ ଅନଷ୍ଠିତ ହେବ । ସମସ୍ତ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ନିଜ ନିଜ ଅଂଚଳରେ ରହି ଭିଡିଓ କନଫରେନ୍‌ସ (ଭର୍ଚୁଆଲ) ଜରିଆରେ ଯୋଡି ହେବେ ବୋଲି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.