fbpx

ପାନୀୟ ଜଳ ପ୍ରକଳ୍ପକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରି

ଭୁବନେଶ୍ୱର, ୧୨ା୮(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା । ସେହି ବୈଠକରେ ମାହାଙ୍ଗାରେ ବୃହତ ପାନୀୟଜଳ ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରି ମିଳିଛି । ପ୍ରକଳ୍ପ ପାଇଁ ୨୦୭ କୋଟିରୁ ଅଧିକ ଟଙ୍କା ବ୍ୟୟ ଅଟକଳ ହୋଇଛି । ପ୍ରକଳ୍ପ ଯୋଗୁଁ ୨୧୧ଟି ଗ୍ରାମର ଲୋକେ ଉପକୃତ ହେବେ । ଏହାସହ ୩ବର୍ଷ ଭିତରେ ପ୍ରତିଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ନେଇ ଲକ୍ଷ୍ୟ ରଖାଯାଇଛି । ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.