fbpx

ଆଜି ଚଳିତ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ୍‌ ବୈଠକ, ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍):  ବୁଧବାର ଚଳିତ ବର୍ଷ ପ୍ରଥମ କ୍ୟାବିନେଟ ବୈଠକ ବସିବ । ଖୁବଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବାକୁ ଥିବାବେଳେ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି । ଦିନ ୧୧ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । କ୍ୟାବିନେଟରେ କେତେକ ମେଗା ପ୍ରକଳ୍ପ ବା ଯୋଜନାରେ ମୋହର ବାଜିପାରେ । କୃଷି, ସାମାଜିକ ସୁରକ୍ଷା ଓ ସଶକ୍ତିକରଣ, ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ।

Get real time updates directly on you device, subscribe now.